/odishatv-khabar/media/post_attachments/uploadimage/library/16_9/16_9_0/Weather_1708740780.jpg)
Weather
ବଢୁଥିବା ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ମେଘୁଆ ପାଗ ସହ ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ହୋଇଛି ବର୍ଷା । ଫଳରେ ତଳ ମୁହାଁ ହୋଇଛି ପାରଦ । ଆଜିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୪ ଜିଲ୍ଲାକୁ ବର୍ଷା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବିଶେଷ ଭାବେ ଏନେଇ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ ଜିଲ୍ଲା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଉତ୍ତର ଓ ଉପକୂଳ ଜିଲ୍ଲାଗୁଡ଼ିକରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେପଟେ ଗତ କିଛିଦିନ ତଳେ ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ଛୁଇଁ ଥିଲା । ଟିଟିଲାଗଡ଼ରେ ୩୬, ଭବାନୀପାଟଣାରେ ୩୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା ।
୧୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା । ଅନେକ ସ୍ଥାନରେ ୩୫ ଡିଗ୍ରୀ ପାର୍ କରିଥିଲା ପାରଦ । ମାଘରେ ବାଘ ଜାଡ଼ ବଦଳରେ ତତଲା ପବନ ବହିଛି । ସିଝୁଛି ସାରା ଓଡ଼ିଶା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)