Advertisment

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ୭ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ, ବିପଦ ସଙ୍କେତ ଟପିଲା ଜଳକା

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି। ସେପଟେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମଥାନୀ ଠାରେ ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳ ପ୍ରବାହିତ ହେଉଛି।

ଅଦ୍ୟତନ ହୋଇଛି
ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

Heavy Rainfall Alert

Advertisment

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଓ ତତ୍‌ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ବିଶେଷ ଭାବେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇଛି।

Advertisment

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି। ଏହି ୭ ଜିଲ୍ଲା ହେଲା- ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼। ଆସନ୍ତାକାଲି ସକାଳ ଯାଏ ଏହି ୭ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ଆଉ ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ୬ ଜିଲ୍ଲା ହେଲା-ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର, ଭଦ୍ରକ। ସେହିପରି ଆଉ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

ରାଜଧାନୀ ଭୁବନେଶ୍ୱର, କଟକ, ପୁରୀ, ବ୍ରହ୍ମପୁର, ଭଦ୍ରକ, ବାଲେଶ୍ୱରରେ ମଧ୍ୟ ବର୍ଷା ହେଉଛି। ଆଜି ସକାଳୁ ଏହି ସବୁ ସହରରେ ବର୍ଷା ଲାଗି ରହିଛି। ଏବେ ବଙ୍ଗୋପସାଗରରେ ୱେଲ୍‌ ମାର୍କଡ୍‌ ଲୋ’ ଲୋ’ ପ୍ରେସର ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିପାରେ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ୪୫ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ରହିପାରେ। ତେବେ ଝଟ୍‌କା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ସେପଟେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମଥାନୀ ଠାରେ ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳ ପ୍ରବାହିତ ହେଉଛି। ମଥାନୀ ନିକଟରେ ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ଏବେ ମଥାନୀ ଠାରେ ୫.୭ ମିଟର ଉଚ୍ଚରେ ଜଳ ପ୍ରବାହିତ ହେଉଛି। 

Advertisment
Heavy Rainfall Warning Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ