• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ସ୍ପଷ୍ଟ ରୂପରେ ଚିହ୍ନିତ ହେବ । କାଲି ସକାଳେ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ତେବେ ଆଜି ଅଧିକ ବର୍ଷା ହେବାର ସମ୍ଭାବନା ନାହିଁ , କାଲି ଓ ପଅରଦିନ ଆଡ଼କୁ ବେଶୀ ବର୍ଷିବ । ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ । ଆସନ୍ତା କାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।

ସେହିପରି ୨୦ରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୨ ଦିନ ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ତେବେ ଆଗାମୀ ବର୍ଷା ବନ୍ୟା ସ୍ଥିତିକୁ ଅଧିକ ପ୍ରଭାବିତ କରିପାରେ । ନଦୀରେ ବନ୍ୟା ଜଳ ଥିବା ବେଳେ ପୁଣି ବର୍ଷା ପ୍ରଭାବ ପକାଇପାରେ । ସହରାଞ୍ଚଳରେ ଅର୍ବାନ୍ ଫ୍ଲଡ, ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ ଘଟିବାର ଅନେକ ଆଶଙ୍କା ରହିଛି । ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ