Advertisment

Weather: ଗରମ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି; ଆଜି ସାରା ରାଜ୍ୟରେ ବର୍ଷିବ

ଆଜିଠୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ସାରା ରାଜ୍ୟକୁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। କେନ୍ଦୁଝର ଓ ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

rainfall alert

rainfall alert

Advertisment

ଗରମ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି। ଆଜିଠୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ସକ୍ରିୟ ଟ୍ରପ୍ ଲାଇନ୍ ପ୍ରଭାବରେ ସବୁ ଜିଲ୍ଲାରେ ବର୍ଷା ବଢିବ। ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ ବର୍ଷା ସମୟରେ ବିଜୁଳି ଘଡ଼ଘଡ଼ି ସହ ପବନ ମଧ୍ୟ ହୋଇପାରେ।

Advertisment

କେନ୍ଦୁଝର ଓ ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଣ୍ଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିଭଳି ଆସନ୍ତାକାଲି ଉପକୂଳ, ପଶ୍ଚିମ ଓ ଉତ୍ତର ଓଡ଼ିଶାର ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୬ଟି ଜିଲ୍ଲା ଯଥାକ୍ରମେ ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଅତିପ୍ରବଳ ବର୍ଷା ହେବ। ୮ ତାରିଖରେ ଉପକୂଳ ଓଡ଼ିଶାକୁ ଛାଡ଼ି ବାକି ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢନ୍ତୁ: ମୌସୁମୀ ସକ୍ରିୟ; ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି...

Advertisment
Heavy Rainfall Alert Weather IMD Forecast IMD
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ