Advertisment

ପ୍ରବଳ ବର୍ଷାରେ ଦବିଲା ରାସ୍ତା, ଯାତାୟାତ ଠପ୍...

ବର୍ଷାଦିନ ପୂର୍ବରୁ ଏହି ରାସ୍ତା ଶୋଚନୀୟ ଅବସ୍ଥାରେ ରହିଥିଲେ ମଧ୍ୟ ଜାତୀୟ ରାଜପଥ ଓ ପୂର୍ତ୍ତ ବିଭାଗ କୌଣସି ପଦକ୍ଷେପ ନେଇନଥିଲା। ଫଳରେ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି।

Road Washed Away In Rayagada Due To Heavy Rainfall

Road Washed Away In Rayagada Due To Heavy Rainfall

Advertisment

ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଦବିଲା ୩୨୬ ରାଜ୍ୟ ରାଜପଥ। ରାୟଗଡ଼ା ଜିଲ୍ଲା ପରଦିଗୁଡ଼ା ନିକଟରେ ରାସ୍ତା ଦବି ଯାଇଥିବା ଦେଖିବାକୁ ମିଳିଛି। ଫଳରେ ଯାତାୟାତ ଠପ୍ ହେବା ସହ ଯାନବାହାନ ରାସ୍ତାରେ ଅଟକି ରହିଥିଲା। ପ୍ରାୟ ୫ ଘଣ୍ଟାରୁ ଅଧିକ ସମୟ ଧରି ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା। ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜପଥ ଧୋଇଯିବାରୁ ଏଭଳି ସ୍ଥିତି ଉପୁଜିଛି।

Advertisment

ବର୍ଷାଦିନ ପୂର୍ବରୁ ଏହି ରାସ୍ତା ଶୋଚନୀୟ ଅବସ୍ଥାରେ ରହିଥିଲେ ମଧ୍ୟ ଜାତୀୟ ରାଜପଥ ଓ ପୂର୍ତ୍ତ ବିଭାଗ କୌଣସି ପଦକ୍ଷେପ ନେଇନଥିଲା। ଫଳରେ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। 

ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବା ସମ୍ଭାବନା ରହିଛି । ଆଉ କିଛି ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏ ୧୦ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବୌଦ୍ଧ, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ।

Advertisment

Heavy Rainfall Rain In Odisha Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ