heat wave
ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏଠାରେ ପାରଦ ୪୨.୨ ଡିଗ୍ରୀ ରହିଛି । ୪୧.୬ ଡିଗ୍ରୀ ସହ ସମ୍ବଲପୁର ପଛକୁ ରହିଛି ଝାରସୁଗୁଡା । ହୀରାକୁଦରେ ୪୦.୨ ଡିଗ୍ରୀ ରହିଛି । ସେହିପରି ଆଜି ରାଜଧାନୀ ଭୁବନେଶ୍ୱର ରେ ତାପମାତ୍ରା ୩୯.୨ ଡିଗ୍ରୀ ରେକର୍ଡ ହୋଇଛି।
ଏହାରି ଭିତରେ ଆସନ୍ତାକାଲିଠୁ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଲିଠୁ ସାଧାରଣ ତାପମାତ୍ରାରେ ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୧୮, ୧୯ ଏବଂ ୨୦ ତାରିଖରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ସେହିପରି ଆସନ୍ତା ୨୪ ଘଂଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ ଏବଂ ୧୭ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ବାଲେଶ୍ୱର ଏବଂ ଢେଙ୍କାନାଳରେ ବର୍ଷା ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/heat_wave_1681644386.jpg)