• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ମଙ୍ଗଳବାର ସ୍ଥିତିକୁ ଦେଖି ଜିଲ୍ଲାପାଳ ସ୍କୁଲ୍ ବାବଦରେ ନିଷ୍ପତ୍ତି ନେବେ

  • ବାତ୍ୟା ମୁକାବିଲା ସମୀକ୍ଷା ବେଳେ ସୂଚନା ଦେଲେ SRC

  • ବର୍ଷା ହେଉଥିଲେ ପିଲା ଘରୁ ନବାହାରିବାକୁ ପରାମର୍ଶ ଦେଲେ ଗଣଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର : ବାତ୍ୟା ଗୁଲାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାର ସମସ୍ତ ସ୍କୁଲକୁ କାଲି ପାଇଁ ଛୁଟି ଘୋଷଣା କରାଯାଇଛି । ସ୍ଥିତିକୁ ଦେଖି ମଙ୍ଗଳବାର ଦିନ ସ୍କୁଲ ଛୁଟି ରଖାଯିବ କି ନାହିଁ ସେନେଇ ଜିଲ୍ଲାପାଳ ନିଷ୍ପତ୍ତି ନେବେ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ଆଜି ବାତ୍ୟା ସମୀକ୍ଷା ବେଳେ ଏନେଇ ସୂଚନା ଦେଇଛନ୍ତି ଏସ୍ଆରସି । ବର୍ଷା ଯଦି ହେଉଥିଲେ ପିଲାମାନେ ଘରୁ ବାହାରିବା ଉଚିତ ହେବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି । ତେବେ ବାତ୍ୟା ପ୍ରଭାବରେ କେଉଁ ଜିଲ୍ଲାରେ ସ୍କୁଲ ବନ୍ଦ ହେବ, ସେନେଇ ସଂପୃକ୍ତ ଜିଲ୍ଲାପାଳ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି ।

ଅନ୍ୟପକ୍ଷରେ ଓଡ଼ିଶାକୁ ପୁଣି ଭୟ ବଢ଼ାଇଛି ବାତ୍ୟା । ସମୁଦ୍ରରୁ ସ୍ଥଳଭାଗ ମୁହାଁ ହେବାରେ ଲାଗିଛି ବାତ୍ୟା ଗୁଲାବ, ଯାହା ଆଜି ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ୍ କରିବ । ବାତ୍ୟା ଗୁଲାବ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । ଲ୍ୟାଣ୍ଡଫଲ ବେଳେ ଗଂଜାମ, ଗଜପତି ଅଧିକ ପ୍ରଭାବିତ ହୋଇପାରେ ବୋଲି ଆକଳନ କରାଯାଉଛି ।

ସେପଟେ ବାତ୍ୟା ଲ୍ୟାଣ୍ଡଫଲ୍ ନକରୁଣୁ ଗଜପତି ଜିଲ୍ଲାରେ ଅଘଟଣ । ଗଜପତି ଜିଲ୍ଲା ଗୁମ୍ମା ବ୍ଳକରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଛି । ନାମନଗଡରୁ ଅଜୟଗଡ଼ ମଧ୍ୟରେ ରାସ୍ତାରୁ ମାଟି ଅତଡ଼ା ଧସି ଅବରୋଧ ହୋଇଛି । ଭୂସ୍ଖଳନ ଯୋଗୁଁ ରାସ୍ତା ଅବରୋଧ ହୋଇଥିବା ସୂଚନା ମିଳିଛି ।