Advertisment

ଆଜି ୧୦ ଜିଲ୍ଲାରେ ବର୍ଷିବ ! ସତର୍କ କଲା ପାଣିପାଗ ବିଭାଗ

ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Several Places In Odisha To Experience Rain

Several Places In Odisha To Experience Rain

ଶୀତ ଦିନେ ବର୍ଷା। ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

ଆଜି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ଆଜି ବର୍ଷା ହୋଇପାରେ। 

ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ବର୍ଷା ଯୋଗୁଁ କୃଷିକ୍ଷେତ୍ର ପ୍ରଭାବିତ ହେବା ଆଶଙ୍କା ରହିଛି। ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାକୁ ଥିବାରୁ ଧାନ, ଡାଲି, ପରିବା ଓ ଉଦ୍ୟାନ କୃଷି କରିଥିବା ଚାଷୀଙ୍କୁ ଫସଲ ସୁରକ୍ଷିତ ରଖିବାକୁ ପରାମର୍ଶ ଦିଆଯାଇଛି।

Advertisment

  • ୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ: ୭ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାଗୁଡିକ ହେଲା-ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼।

ଅନ୍ୟପକ୍ଷେ, ପଶ୍ଚିମା-ଝଡ଼ ପ୍ରଭାବରେ ବଲାଙ୍ଗିର, ସୋନପୁର, ନୂଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ଲାଗି ରହିଛି। 

Rain Alert Rain In Odisha
Advertisment
Advertisment