Advertisment

ପୁଣି ଆସୁଛି ବର୍ଷା, ସତର୍କ ରୁହ: SRC

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ରୁ ୧୨ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ।

author-image
Chandan Shishu
undefined

SRC

ଭୁବନେଶ୍ୱର: ପୁଣି ଆସୁଛି ବର୍ଷା, ସତର୍କ ରୁହ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପୁଣି ଲଘୁଚାପଜନିତ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ SRC ଚିଠି କରିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ୧୮ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହେବ। ଏହାର ପ୍ରଭାବରେ ୧୯ରୁ ୨୧ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

Advertisment

କେଉଁ ଦିନ କେତେ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ:

୧୯ ତାରିଖ: ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ

୨୦ ତାରିଖ: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ

୨୧ ତାରିଖ: ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ‘ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶୀରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଜି ଓ ଆସନ୍ତାକାଲି ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ।’

Advertisment

‘ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ରୁ ୧୨ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ’ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।

Weather Update SRC
Advertisment
Advertisment