• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ ପ୍ରସ୍ତୁତି ବୈଠକ । ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା ହେବ । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ ଏସ୍ଆରରସି ।

ଏହା ପୂର୍ବରୁ ଗତକାଲିଠାରୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆସି । ଜିଲ୍ଲା ଏମରଜେନ୍ସି ଅଫିସ ଓ କଣ୍ଟ୍ରୋଲ ରୁମ୍ ଦିନରାତି ଖୋଲା ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ସ୍ଥାନ ଚିହ୍ନଟ ସହ ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ ସେଠାରୁ ଲୋକଙ୍କୁ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି । ବିଶେଷ କରି ଉପକୂଳବର୍ତ୍ତୀ ଅଞ୍ଚଳରେ ମାଟିଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର ପାଇଁ କୁହାଯାଇଛି । ସୁରକ୍ଷିତ ସ୍ଥାନ ବା କୋଠା ଚିହ୍ନଟ କରି ସେହିଠାରେ ବାତ୍ୟା ଆଶ୍ରୟସ୍ଥଳୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ବିଡିଓ ଓ ତହସିଲଦାରଙ୍କ ଦ୍ୱାରା ବାତ୍ୟା ଆଶ୍ରୟସ୍ଥଳୀକୁ ନିରୀକ୍ଷଣ କରାଇବାକୁ କୁହାଯାଇଛି ।

ସେପଟେ ବାତ୍ୟା ଆସିବ ନା ନାହିଁ ? ଯଦି ଆସିବ, କେବେ ଆସିବ ? ଆସିଲେ କୁଆଡ଼େ ଯିବ ? କେଉଁଠି ମାଡ଼ ହେବ, କେତେ ଜୋରରେ ମାଡ଼ ହେବ ? ସମ୍ଭାବ୍ୟ ବାତ୍ୟାକୁ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି ବିଭିନ୍ନ ପାଣିପାଗ ପୂର୍ବାନୁମାନ ମଡେଲ୍ । ତେବେ ଏସବୁ ପ୍ରଶ୍ନର ସଠିକ୍ ଉତ୍ତର ଆସନ୍ତାକାଲି ମିଳିପାରେ । ୨୪ ଘଣ୍ଟା ଭିତରେ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।