• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ରାଜ୍ୟରେ ଆଗାମୀ ୫ ଦିନ ପ୍ରଚଣ୍ଡ ତାତି । ୨ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ଗ୍ରୀଷ୍ମ ତାତିକୁ ନଜରରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି SRC । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର । ଏହା ସହ ପ୍ରଚଣ୍ଡ ତାତିର ମୁକାବିଲା ନେଇ ମଧ୍ୟ ପଦକ୍ଷେପ ନେବାକୁ କହିଛନ୍ତି ଏସଆରସି ।

ସେପଟେ ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇ ନପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇ ପାରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି । ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି ।

ଅଧିକ ପଢ଼ନ୍ତୁ: ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାର ସ୍ଥିତି ଅନୁକୂଳ ନାହିଁ, ଜାରି ରହିବ ଗୁଳୁଗୁଳି

ଏନେଇ ଆଗାମୀ ୫ ଦିନ ଉତ୍ତର, ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ନେଇ ଆକଳନ କରାଯାଇଛି । ଏଥିସହ ରାଜ୍ୟରେ କାଳବୈଶାଖୀର ମଧ୍ୟ ପ୍ରଭାବ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ରାଜ୍ୟରେ ମୌସୁମୀ ନ ଆସୁଣୁ କାୟା ମେଲାଇଲାଣି ଡେଙ୍ଗୁ । ଚଳିତ ବର୍ଷ ଏବେ ସୁଦ୍ଧା ରାଜ୍ୟରେ ଚିହ୍ନଟ ହେଲେଣି ୨୩୫ ଜଣ ରୋଗୀ । ସେଥିମଧ୍ୟରୁ ଗତକାଲି ୩ଟି କେସ ଆସିଛି, ସେ ମଧ୍ୟରେ ପୁରୀରୁ ୨ଟି କେସ ଥିବା ବେଳେ ଭୁବନେଶ୍ୱରରୁ ଜଣେ ଚିହ୍ନଟ ହୋଇଛନ୍ତି । ଗତବର୍ଷ ସମୟ ସୁଦ୍ଧା ରାଜ୍ୟରେ ୧୦୭ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ ।

ଡେଙ୍ଗୁ ନେଇ ସତର୍କ ରହିବାକୁ ସଚେତନ କରାଇବା ସହ ଚିକିତ୍ସା ପାଇଁ ପଦକ୍ଷେପ ନେବାକୁ ସବୁ CDMOଙ୍କୁ କୁହାଯାଇଛି । ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ଵତନ୍ତ୍ର ଡେଙ୍ଗୁ ୱାର୍ଡ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି । ପ୍ଲେଟଲେଟ ଉପଲବ୍ଧ କରିବାକୁ କୁହାଯାଇଛି ।

ଏ ନେଇ ହସ୍ପିଟାଲଗୁଡିକୁ ପ୍ରଶିକ୍ଷଣ ମଧ୍ୟ ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯, ମାଲକାନଗିରି ୧୭, ପୁରୀରୁ ୧୩ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ସହରରେ ଡେଙ୍ଗୁ ଅଧିକ ହେଉଥିବାରୁ ସ୍ୱତନ୍ତ୍ର ଡ୍ରାଇଭ କରାଯାଉଛି । ଚଳିତ ବର୍ଷ ଏଯାଏଁ କୌଣସି ଡେଙ୍ଗୁ ମୃତ୍ୟୁ ହୋଇନି ।

OTV is now on Whatsapp

Join and get latest news update delivered to you via whatsapp

Join Now