• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

ସେହିଭଳି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

ଏପଟେ ବାଲେଶ୍ବର ଜିଲ୍ଲାରେ ବନ୍ୟା କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ସମୀକ୍ଷା କରିବା ସହ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବ।

ସେହିପରି ପକ୍କା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୬ ହଜାର ୫୦୦। କଚ୍ଚା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୪ ହଜାର ଟଙ୍କା। ସେହିପରି ଭାଙ୍ଗି ଯାଇଥିବା କୁଡ଼ିଆ ଘର ୮ ହଜାର, ଗୁହାଳ ପାଇଁ ୩ ହଜାର ଏବଂ କ୍ଷତିଗ୍ରସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ସହାୟତା ଘୋଷଣା କରାଯାଇଛି। ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮ ହଜାର ୫୦୦ ଟଙ୍କା ଏବଂ ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ ହଜାର ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

OTV is now on Whatsapp

Join and get latest news update delivered to you via whatsapp

Join Now