Advertisment

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  । ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  । ୨୬ରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା  ।

ଅଦ୍ୟତନ ହୋଇଛି
State to get rains triggered by Low Pressure for two more days

Heavy Rainfall

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

Advertisment

ସେହିଭଳି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ: କମିଛି ବର୍ଷା-କମିନି ଦୁର୍ଦ୍ଦଶା, ସୁଧୁରିବାକୁ ଲାଗିବ ୧୦ ଦିନ..!

ଏପଟେ ବାଲେଶ୍ବର ଜିଲ୍ଲାରେ ବନ୍ୟା କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ସମୀକ୍ଷା କରିବା ସହ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବ।

Advertisment

ସେହିପରି ପକ୍କା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୬ ହଜାର ୫୦୦। କଚ୍ଚା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୪ ହଜାର ଟଙ୍କା। ସେହିପରି ଭାଙ୍ଗି ଯାଇଥିବା କୁଡ଼ିଆ ଘର ୮ ହଜାର, ଗୁହାଳ ପାଇଁ ୩ ହଜାର ଏବଂ କ୍ଷତିଗ୍ରସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ସହାୟତା ଘୋଷଣା କରାଯାଇଛି। ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮ ହଜାର ୫୦୦ ଟଙ୍କା ଏବଂ ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ ହଜାର ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Weather Weather Update Heavy Rainfall Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ