• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ରାଜ୍ୟର ବିଭିନ୍ନ ସ୍ଥାନରେ ଖସୁଛି ପାରଦ । ଉତ୍ତର-ପଶ୍ଚିମ, ଉତ୍ତର ଦିଗରୁ ପ୍ରବାହିତ ଶୁଷ୍କ ବାୟୁ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ତାପମାତ୍ରା କମିବ । ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ କମିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଗତକାଲି ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବା ସହ ୫ ଦିନ ପରେ ରାତି ତାପମାତ୍ରା ସାମନ୍ୟ ବୃଦ୍ଧି ପାଇବାର ଆଶଙ୍କା ରହିଛି ।

ତାପମାତ୍ରା ହ୍ରାସ କାରଣରୁ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । କିଛି ସ୍ଥାନରେ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିଲାଣି । ଲୋକମାନେ ସକାଳୁ ସକାଳୁ ମର୍ଣ୍ଣିଂ ୱାକ୍‌ କରୁଛନ୍ତି । ଚା’ ଖଟିରେ ଭିଡ଼ ଜମିବାରେ ଲାଗିଲାଣି।

  • Reported by:
  • ARACHANA SATPATHY