Advertisment

ରାଜ୍ୟବାପୀ ଅଗ୍ନିବର୍ଷା; ସକାଳୁ ସକାଳୁ ପ୍ରବଳ ଗୁଳୁଗୁଳି

ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା। ମାତ୍ର ଏବେ ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା । ଗୁଳୁଗୁଳି ଦହଗଞ୍ଜ କରୁଛି, ଟାଣ ଖରାରେ ମୁଣ୍ଡ ଘୁରାଇ ଦେଉଛି ।

ଅଦ୍ୟତନ ହୋଇଛି
Heat Wave Alert

HeatWave

Advertisment

ଜଳୁଛି ସାରା ଓଡ଼ିଶା। ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ଲୋକେ। ରାତି ନପାହୁଣୁ ଆରମ୍ଭ ହୋଇଗଲାଣି ଗୁଳୁଗୁଳି। ସକାଳ ୭ଟା ବେଳକୁ ଦିନ ୧୧ଟା ପରି ଗରମ ଅନୁଭୂତ ହେଉଛି। ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏନେଇ ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି।

Advertisment

ଏହି ସମୟରେ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୭ରୁ ୨୦ ତାରିଖ ଯାଏଁ କିଛି ସ୍ଥାନରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ରାଜ୍ୟର ୧୮ ସହର। ୪୧.୪ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ତାପଛକୁ ରହିଛି ଭୁବନେଶ୍ବର।ଗତକାଲି ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଛି। ଚାନ୍ଦବାଲି ଓ ନୂଆପଡ଼ାରେ ବି ପାରଦ ୪୧.୨ ଡିଗ୍ରୀ ରହିଥିଲା।

Advertisment

ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା। ମାତ୍ର ଏବେ ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା । ଗୁଳୁଗୁଳି ଦହଗଞ୍ଜ କରୁଛି, ଟାଣ ଖରାରେ ମୁଣ୍ଡ ଘୁରାଇ ଦେଉଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖରାରେ କ୍ରିକେଟ୍, ହକି ଓ ଫୁଟବଲ ଭଳି ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଅଂଶୁଘାତ ରୋକିବା ଲାଗି ଗତକାଲି ଶ୍ରମିକଙ୍କ କାର୍ଯ୍ୟ ସମୟ ସଙ୍କୁଚିତ କରାଯାଇଛି। ଦିନ ୧୧ଟାରୁ ଅପରାହ୍ଣ ୩ଟା ଯାଏଁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ