Advertisment

Heat Wave: ୨ଦିନ ନିଆଁ ବର୍ଷା; ସତର୍କ କରାଇଲା ପାଣିପାଗ କେନ୍ଦ୍ର

ଆଜି ବି ପ୍ରବଳ ଗ୍ରୀଷ୍ଣ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବ। ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ପାର କରିବା ସମ୍ଭାବନା ରହିଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଅଦ୍ୟତନ ହୋଇଛି
Weather

Weather

Advertisment

ଆସନ୍ତା ଦୁଇଦିନ ରାଜ୍ୟରେ ହେବ ନିଆଁ ବର୍ଷା। ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ତାପମାତ୍ରା। କାଲି ଓ ତା’ ପଅର ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

Advertisment

ଅଧିକ ପଢ଼ନ୍ତୁ: ରାଜଧାନୀରେ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବି ପ୍ରବଳ ଗ୍ରୀଷ୍ଣ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବ। ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ପାର କରିବା ସମ୍ଭାବନା ରହିଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଏଥିସହ ଆସନ୍ତା ୪ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି।

Advertisment

ସୂଚନା ଅନୁସାରେ ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଉପର ମୁହାଁ ହୋଇଛି ପାରଦ । ମାର୍ଚ୍ଚ ମାସ ଯେତିକି ବଢ଼ୁଛି, ରାଜ୍ୟରେ ଖରାର ପ୍ରକୋପ ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ତାତି ଛୁଇଁଛି ୩୯ ଡିଗ୍ରୀ । ଝାରସୁଗୁଡାରେ ମାର୍ଚ୍ଚ ୪ ତାରିଖରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେହିଭଳି ଅନ୍ୟ ସହରରେ ବି ତାପମାତ୍ରା ଉପରମୁହାଁ ହୋଇଛି ।

ଅଧିକ ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ନିଆଁ ବର୍ଷା! ରାଜଧାନୀର ତାତି ୩୫ ଡିଗ୍ରୀ ପାର୍‌ କଲା

Advertisment
Weather Odisha Weather
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ