Advertisment

ମାଘରେ ଜାଡ଼ ଉଭାନ୍, କଲବଲ କରୁଛି ଖରା ଓ ତାତି

ଫେବ୍ରୁଆରୀ ପ୍ରଥମ ସପ୍ତାହର ଖରାକୁ ଦେଖିଲେ ମୁଣ୍ଡ ବୁଲାଇ ଦେଉଛି।

ଅଦ୍ୟତନ ହୋଇଛି
Heat Wave In Odisha

Heat Wave

Advertisment

ମାଘମାସରେ ଜାଡ଼ ବଦଳରେ କଲବଲ କରୁଛି ଖରା। ଫେବ୍ରୁଆରୀ ପ୍ରଥମ ସପ୍ତାହର ଖରାକୁ ଦେଖିଲେ ମୁଣ୍ଡ ବୁଲାଇ ଦେଉଛି। ଏବେ ଠାରୁ ହଠାତ୍ ଗରମ ଅନୁଭୂତ ହେଲାଣି। ଉପକୂଳରୁ ଆଭ୍ୟନ୍ତର, ସବୁଠି ଗରମରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ ରୁ ୫ ଡିଗ୍ରୀ ବଢ଼ିଥିବା ବେଳେ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୭  ଡିଗ୍ରୀ ଅଧିକ ରେକର୍ଡ ହୋଇଛି।

Advertisment

ଏହିପରି ତାପମାତ୍ରା ଆସନ୍ତା ୩ ଦିନ ଯାଏଁ ଜାରି ରହିିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଏଲନିନୋର ପ୍ରଭାବ ଏବଂ ସ୍ଥାନୀୟ ଜଳବାୟୁରେ ପରିବର୍ତ୍ତନ ଏହାର କାରଣ ବୋଲି ମତ ରଖିଛନ୍ତି ପାଣିପାଗ ବିଜ୍ଞାନୀ। ଗତକାଲି ରାଜ୍ୟର ୧୩ଟି ସହରରେ ସର୍ବାଧିକ ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିଲା।

ସେପଟେ ଆଗାମୀ ଦୁଇ ଦିନ କୁହୁଡି ପାଇଁ କିଛି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ। ତେବେ ଆସନ୍ତା ୧୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।

Advertisment
Heat Wave Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ