/odishatv-khabar/media/post_attachments/uploadimage/library/16_9/16_9_0/IMAGE_1742094698.jpg)
୩ ଦିନ ହିଟ୍ୱେଭ୍ ୱାର୍ଣ୍ଣିଂ
ରାଜ୍ୟରେ ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍ୱେଭ୍ ୱାର୍ଣ୍ଣିଂ । ଆଗାମୀ ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଏପ୍ରିଲ ୨ ତାରିଖ ବେଳକୁ ବର୍ଷାର ସମ୍ଭାବନା ଥିବା ମଧ୍ୟ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତା ୨୪ ଘଣ୍ଟାରେ ବଢ଼ିବ ତାପମାତ୍ରା ।
ଅଧିକ ପଢ଼ନ୍ତୁ: କାଳବୈଶାଖୀ ତାଣ୍ଡବ, ସବୁ ହୋଇଗଲା ଛାରଖାର...
ଆଗାମୀ ୩ ଦିନରେ ଦିନ ସମେତ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ । ଏହାପରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ତେବେ ଆସନ୍ତାକାଲି କେତେକ ସ୍ଥାନରେ ୪୦ କିମ୍ବା ତା ଠାରୁ ଅଧିକ ତାପମାତ୍ରା ରହିପାରେ । କାଲି ପାଇଁ ଗୋଟେ କିମ୍ବା ଦୁଇଟି ଜିଲ୍ଲାରେ ହିଟ୍ୱେଭ୍ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୮ ତାରିଖ ପାଇଁ ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖ ପାଇଁ ବରଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୩୦ ତାରିଖ ପରେ ତାପମାତ୍ରା ୨ ଡିଗ୍ରୀ କମିବ । ସେହିପରି ୨ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)