/odishatv-khabar/media/post_attachments/uploadimage/library/16_9/16_9_0/IMAGE_1682940814.jpg)
temperature will increase after 4 days
ରାଜ୍ୟରେ ୪ ଦିନ ପରେ ବଢ଼ିବ ତାପମାତ୍ରା। ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷିବ। ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ାରେ ବର୍ଷା ସମ୍ଭାବନା ରହିଛି। ତେବେ କାଲିଠୁ ୪ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ୪ ଦିନ ପରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି।
୫ ତାରିଖରୁ ୧୧ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ ବଙ୍ଗୋପସାଗର ଓ ଶ୍ରୀଲଙ୍କା ନିକଟରେ ସୃଷ୍ଟି ହୋଇପାରେ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।
ସେହିପରି ଦକ୍ଷିଣ ବଙ୍ଗୋପସାଗରରେ ମେ’ ୫ ପାଖାପାଖି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଥିଲେ।
‘ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇପାରେ। ଅବପାତଟି ବାତ୍ୟାରେ ପରିଣତ ହେବ କି ନାହିଁ ସ୍ପଷ୍ଟ ହୋଇନି। ଲଘୁଚାପ ସୃଷ୍ଟି ହେଲା ପରେ ଏହାର ଗତିବିଧି ସ୍ପଷ୍ଟ ହେବ। ବର୍ତ୍ତମାନ ଆକଳନ ଅନୁସାରେ ଏହା ଓଡ଼ିଶାକୁ ପ୍ରଭାବ ପକାଇବନି’ ବୋଲି IMD ଡିଜି ସୂଚନା ଦେଇଥିଲେ।
ଲଘୁଚାପ ପୂର୍ବରୁ ଆସନ୍ତା ୩ରୁ ୫ଦିନ ଯାଏଁ ଓଡିଶା ସମେତ, ପଶ୍ଚିମବଙ୍ଗ, ଝାରଖଣ୍ଡ, ବିହାରରେ ତାପମାତ୍ରା ବଢିବା ସହ ଗ୍ରୀଷ୍ମପ୍ରବାହ ଜାରି ରହିବ। ତେବେ ମେ ମାସରେ ରାଜ୍ୟରେ ସ୍ବାଭାବିକ ଠାରୁ ଅଧିକ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)