Advertisment

କଲବଲ କରିବ ତାତି..ଡହଡହ ଖରାରୁ ମିଳିବନି ତ୍ରାହି

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି।

ଅଦ୍ୟତନ ହୋଇଛି
Heat Wave Grips Odisha

Heatwave

Advertisment

ଆସନ୍ତା ୧୩ ତାରିଖଠାରୁ ରାଜ୍ୟରେ ପୁଣି ବଢିବ ତାତି । ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ଏମିତିକି କିଛି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ବୋଲି ପାଣପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ତେବେ ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଫଳରେ ତାତିରୁ ଆଶ୍ବସ୍ତ ହୋଇଛନ୍ତି ବଲାଙ୍ଗିରବାସୀ। ସେହିପରି ନୂଆପଡ଼ାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। କୋମନା ବ୍ଲକର ଅନେକ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି।

କୁଆପଥର ମାଡ଼ରେ ପନିପରିବା ଚାଷ ଓ ଧାନ ଫସଲ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ବରଗଡ଼ ଜିଲ୍ଲାରେ କୋହଳା ପାଗ ଶହ ଲାଗି ଝିପିଝିପି ବର୍ଷା ହୋଇଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେଇଭଳି ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ