• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ତତଲା କଢେଇରେ ଭାଜି ହେଉଛି ଓଡ଼ିଶା । ଆଗକୁ ଆହୁରି ବଢିବ ତାତି । ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୫ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମାର୍ଚ୍ଚ ମାସ ଶେଷ ବେଳକୁ କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡ଼ିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି ।

ଗତକାଲି ୫ ସହରରେ ୩୭ ଡିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା । ବଲାଙ୍ଗୀରରେ ସର୍ବାଧିକ ୩୮ ଡିଗ୍ରୀ ରେକର୍ଡ କରାଯାଇଛି । ଏଭଳି କ୍ଷେତ୍ରରେ ବାହାରକୁ ବାହାରିଲା ମାତ୍ରେ ସାବଧାନ ରହିବା ପାଇଁ ପରାମର୍ଶ ଦିଆଯାଇଛି । ତେବେ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିବ । ୨୬ ତାରିଖଠାରୁ ପୁଣିଥରେ ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୮ରୁ ୧୦ ଡିଗ୍ରୀ ବୃଦ୍ଧି ସମ୍ଭାବନା ଥିବା କୁହାଯାଇଛି । ମାର୍ଚ୍ଚ ଶେଷ ବେଳକୁ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଛୁଇଁପାରେ । କାଳବୈଶାଖୀ ଯୋଗୁ ଖସିଥିବା ତାପମାତ୍ରା ପୁଣି ଉପରକୁ ଉଠିବ । ଫଳରେ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ ।

ଗତକାଲି ୩୭ ତାପମାତ୍ରା ଛୁଇଁଥିବା ସହରଗୁଡ଼ିକ ମଧ୍ୟରେ ଟିଟିଲାଗଡ଼, ମାଲକାନଗିରି, ଭବାନୀପାଟଣା, ପାରଳାଖେମୁଣ୍ତି ରହିଛି । ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର କୌଣସି ସ୍ଥାନରେ ବର୍ଷା ହୋଇନଥିବା ଜଣା ପଡ଼ିଛି ।