/odishatv-khabar/media/post_attachments/uploadimage/library/16_9/16_9_0/Heat_Wave_1711341677.jpg)
Heat Wave
ତତଲା କଡେଇରେ ଭାଜି ହେଉଛି ଓଡ଼ିଶା । ଆଗକୁ ଆହୁରି ବଢିବ ତାତି । ଆଗାମୀ ସପ୍ତାହକ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୫ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମାର୍ଚ୍ଚ ମାସ ଶେଷ ବେଳକୁ କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି ।
ଟାଣ ଖରାକୁ ଦୃଷ୍ଟିରେ ରଖି ବାହାରକୁ ବାହାରିଲା ମାତ୍ରେ ସାବଧାନତା ପାଇଁ ପରାମର୍ଶ ଦିଆଯାଇଛି । ଏଭଳି କ୍ଷେତ୍ରରେ ବାହାରକୁ ବାହାରିଲା ମାତ୍ରେ ସାବଧାନ ରହିବା ପାଇଁ ପରାମର୍ଶ ଦିଆଯାଇଛି । ୨୬ ତାରିଖଠାରୁ ପୁଣିଥରେ ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।
ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୮ରୁ ୧୦ ଡିଗ୍ରୀ ବୃଦ୍ଧି ସମ୍ଭାବନା ଥିବା କୁହାଯାଇଛି । ମାର୍ଚ୍ଚ ଶେଷ ବେଳକୁ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଛୁଇଁପାରେ । କାଳବୈଶାଖୀ ଯୋଗୁ ଖସିଥିବା ତାପମାତ୍ରା ପୁଣି ଉପରକୁ ଉଠିବ । ଫଳରେ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)