/odishatv-khabar/media/post_attachments/uploadimage/library/16_9/16_9_0/IMAGE_1644734236.jpg)
The night temperature will rise from tomorrow
୧୬ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା । ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟର ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବା ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୁଖତଃ ଶୁଖିଲା ପାଗ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
✔️୧୬ ରୁ ପଶ୍ଚିମା ଝଡ଼ ପ୍ରଭାବ
✔️ଆସନ୍ତା କାଲିଠାରୁ ବଢିବ ରାତ୍ରି ତାପମାତ୍ରା
✔️ ରାଜ୍ୟରେ ୩ ରୁ ୪ ଡ଼ିଗ୍ରୀ ଯାଏଁ ରାତ୍ରି ତାପମାତ୍ରା ରେ ବୃଦ୍ଧି ସମ୍ଭାବନା
✔️୧୫ ଯାଏଁ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା
— Meteorological Centre, Bhubaneswar (@mcbbsr) February 13, 2022
ଏହା ପରେ ଆସନ୍ତା ୧୬ ତାରିଖରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ରାଜ୍ୟର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏହାସହ ରାଜ୍ୟର କିଛି ଜିଲ୍ଲାରେ କୁଆପଥର ସହ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି ।
ଅନ୍ୟପକ୍ଷେ, ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ ଶୀତୁଆ ପାଗ ସହ କୁହୁଡି ଦେଖିବାକୁ ମିଳିଥିଲା । ସେହିପରି ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା । ଘନ କୁହୁଡ଼ି ଫଳରେ ରାସ୍ତା ଦୃଶ୍ୟମାନ ହେଉନଥିଲା ଫଳରେ ଗାଡିଚଳାଚଳରେ ସାମାନ୍ୟ ବାଧାପ୍ରାପ୍ତ ହୋଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)