• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ରାଜ୍ୟକୁ ପୁଣି ଫେରିଲା ହିଟୱେଭ୍‌ । ୨୦, ୨୧ ତାରିଖ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୧ ତାରିଖ ପାଇଁ ହିଟୱେଭ୍‌ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗାମୀ ୪ ଦିନ ଲାଗି ଦେଶର ୬ଟି ରାଜ୍ୟକୁ ଗ୍ରୀଷ୍ଣପ୍ରବାହ ଏବଂ ୩ଟି ରାଜ୍ୟରେ ଭାରି ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ରାଜସ୍ଥାନ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ବିହାରରେ ଗ୍ରୀଷ୍ଣପ୍ରବାହ ନେଇ ପୂର୍ବାନୁମାନ କରାଯାଇଛି ।

ସେହିପରି ତାମିଲନାଡୁ, କେରଳ ଏବଂ ଦକ୍ଷିଣ କର୍ଣ୍ଣାଟକରେ ଭାରି ବର୍ଷା ସମ୍ଭାବନା ରହିଛି । ଏପଟେ ତାମିଲନାଡୁ ନିଳଗିରିରେ ପ୍ରବଳ ବର୍ଷା ହୋଇଛି । ବର୍ଷା ଯୋଗୁ ରାସ୍ତାଘାଟ ବୁଡିବା ସହ ଅନେକ ତଳିଆ ଅଞ୍ଚଳରେ ପାଣି ପଶିଛି । ଆହୁରି ୩ ଦିନ ଧରି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏଥିପାଇଁ ଏହି ଅଞ୍ଚଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ ଆସନ୍ତା ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ ବୋଲି ଆକଳନ କରାଯାଇଛି । ସୂଚନା ଅନୁସାରେ ମେ’ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ସେହିପରି ଗତ କିଛିଦିନ ତଳେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ଆଶ୍ୱସ୍ତି ମିଳିଥିଲା । କିଛିଦିନ ତଳେ ହୋଇଥିବା ବିଳମ୍ବିତ ରାତିର କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଥିଲା । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା । ଏମିତିକି ତୁହାକୁ ତୁହା ଜୋରରେ ପବନ ବହିଥିଲା । ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ କିଛି ସମୟ ପାଇଁ ଗାଡିମୋଟର ଚଳାଚଳରେ ବାଧା ଉପୁଜିଥିଲା ।

OTV is now on Whatsapp

Join and get latest news update delivered to you via whatsapp

Join Now