Advertisment

ଆଜିଠୁ କାଳବୈଶାଖୀ, ବଜ୍ରପାତ ସହ ୪୦ ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା

ମେ’ ୪ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ତଥା ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

author-image
Rajalaxmi Sahoo
undefined

Thunderstorm And Lightning Alert In Odisha

ଆଜିଠୁ ସକ୍ରିୟ ହେବ କାଳବୈଶାଖୀ। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ମେ’ ୪ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ତଥା ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। 

ଦକ୍ଷିଣ ତଥା ଦକ୍ଷିଣ-ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁ କ୍ରମାଗତ ଭାବେ ପ୍ରବେଶ କରୁଛି। ଜଳୀୟବାଷ୍ପ -ପୂର୍ଣ୍ଣ ସାମୁଦ୍ରିକ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କାଳବୈଶାଖୀ ପ୍ରକ୍ରିୟାକୁ ଅଧିକ ସକ୍ରିୟ କରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଜୁଳି, ଘଡ଼ଘଡ଼ି ସହ ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏନେଇ କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। 

Advertisment

Thunderstorm Lightning Alert
Advertisment
Advertisment