Advertisment

କମିପାରେ ତାପମାତ୍ରା, ଆଗାମୀ ଦୁଇଦିନରେ କାଳବୈଶାଖୀ

ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ଦୁଇଦିନ ପରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା କମିବା ସଂଭାବନା ରହିଛି । ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଯୋଗୁଁ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

author-image
Swadesi Megha Mallhar Prusty
ଅଦ୍ୟତନ ହୋଇଛି
Weather

Weather

ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ଦୁଇଦିନ ପରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା କମିବା ସଂଭାବନା ରହିଛି । ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଯୋଗୁଁ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।

Advertisment

ଆଜି ଉପକୂଳ ଓଡ଼ିଶା ସମେତ କେତେକ ପାର୍ଶ୍ୱବର୍ତୀ ଜିଲ୍ଲାରେ କାଳବୈଶାଖୀ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତଥାପି ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଗତକାଲି ୪୪.୬ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା । ୭ଟି ସହରରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା ।

୨୬ଟି ସହରରେ ପାରଦ ୪୦ ଡିଗ୍ରୀ ପାର୍ କରିଥିଲା । ଆଜି ମଧ୍ୟ ସେହିଭଳି ଝାଞ୍ଜି ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଗତ ୧୫ ଦିନ ହେବ ଏତେ ମାତ୍ରାରେ ଅସହ୍ୟ ଗରମ ଗୁଳୁଗୁଳି ହେଉଛି ଯେ, ସକାଳ ୭ଟାରୁ ଘରୁ ବାହାରିବା ମୁସ୍କିଲ୍ ହୋଇପଡୁଛି । ତେବେ ଆଗାମୀ ଦିନେ କି ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ ।

Advertisment

୬ ତାରିଖ ପରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି । ଦିନକ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ପ୍ରଭାବରେ ଘଡଘଡି ସହ ପ୍ରବଳ ପବନ ବର୍ଷା ହୋଇଥିଲା l ଗଜପତି ଜିଲ୍ଲା ମୋହନାରେ ଗତକାଲି କାଳ ବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା l ପ୍ରାୟ ଘଣ୍ଟାଏ କାଳ ପ୍ରବଳ ପବନ ସହ ବର୍ଷା ହୋଇଥିଲା l

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା । କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ । ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି ।

ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Weather Heat Wave Heat Wave Warning
Advertisment
Advertisment