Advertisment

Heavy Rainfall Alert: ୪ ଦିନ ଯାଏଁ ଝଡ଼ବର୍ଷା : ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡଘଡି ହେବାର ସମ୍ଭାବନା ରହିଛି । ଆଜି ପାଇଁ ୧୫ ଜିଲ୍ଲା, ୨୦ ତାରିଖ ପାଇଁ ୯ ଜିଲ୍ଲା, ୨୧ ତାରିଖ ପାଇଁ ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି ।

author-image
Chinmayee Sahoo
ଅଦ୍ୟତନ ହୋଇଛି
Rain forecast

Rain forecast

ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ବାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,  ଆଜି ପାଇଁ ୧୫ ଜିଲ୍ଲାକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝରଗଡ, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗିର ଏବଂ ନୂଆପଡା । ଆଲର୍ଟ ଜାରି କରାଯାଇଥିବା ଏହି ଜିଲ୍ଲା ଗୁଡିକରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । 

ଅଧିକ ପଢ଼ନ୍ତୁ: ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଓଡିଶା

ସେହିପରି ୨୦ ତାରିଖ ପାଇଁ ୯ଟି ଜିଲ୍ଲା ଯଥାକ୍ରମେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଓ ଘଡଘଡି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୧ ତାରିଖ ପାଇଁ ୧୬ଟି ଜିଲ୍ଲାକୁ ବିଜୁଳି ଓ ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପା କେନ୍ଦ୍ର । 

Advertisment

୨୨, ୨୩ ତାରିଖରେ ମଧ୍ୟ ଦକ୍ଷିଣ ଓଡିଶା, ଉତର ଓଡିଶା ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । 

ଅଧିକ ପଢ଼ନ୍ତୁ: ଆଜି ବି ରାଜ୍ୟରେ ତାଉ ଦେଖାଇପାରେ କାଳବୈଶାଖୀ: ୧୩ ଜିଲ୍ଲାକୁ ୱାର୍ଣ୍ଣିଂ

Thunderstorm Lightning Warning Odisha Weather Rain Alert
Advertisment
Advertisment