Advertisment

ଆସନ୍ତା ୨ ଦିନ ଘଡ଼ଘଡ଼ି ସହ ବର୍ଷା; ୧୦ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Rainfall Alert For Odisha

Heavy Rainfall

Advertisment

ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ କଲା ପାଣିପାଗ ବିଭାଗ । ୨ ଦିନ ଧରି ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ରୁ ୫୦ କିମି ପବନ ବହିବା ମଧ୍ୟ ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Advertisment

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଇଭଳି ଆସନ୍ତା ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୧ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଏବଂ କଟକ ସମେତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। କଟକରେ ୧୭ ନଂ ୱାର୍ଡରେ ବର୍ଷା, ପବନ ଯୋଗୁ ନଡ଼ିଆ ଗଛ ପଡି ଜଣେ ଦିବ୍ୟାଙ୍ଗଙ୍କ ଘର ଭାଙ୍ଗି ଯାଇଛି। ବାଲେଶ୍ୱର ଜିଲ୍ଲା ନୀଳଗିରି ଅଯୋଧ୍ୟା ପଞ୍ଚାୟତ ପ୍ରତାପପୁର ଗାଁରେ ଏକ ଭଙ୍ଗା ଘରେ ଆଶ୍ରୟ ନେଇଥିବା ୧୩ ଗୋରୁ ପ୍ରାଣ ହରାଇଛନ୍ତି। ଘର ଭିତରେ ୨୫ରୁ ଅଧିକ ଗୋରୁଗାଈ ଥିବାବେଳେ ୧୩ ଗୋରୁଙ୍କ ମୃତ୍ୟୁ ଘଟିଛି।

Advertisment
Weather Update Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ