Thunderstorm With Lightning To Occur In 13 Districts Of Odisha
ରାଜ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କଳାହାଣ୍ଡି ଓ ବଲାଙ୍ଗିର।
ଅନ୍ୟପକ୍ଷେ, କେରଳରେ ପହଞ୍ଚିବାକୁ ଥିବା ମୌସୁମୀ ଆହୁରି ୨ରୁ ୩ ଦିନ ବିଳମ୍ବ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏବେ ଦକ୍ଷିଣ ଆରବ ସାଗର, ଲାକ୍ଷାଦ୍ୱୀପ ଛୁଇଁ ସାରିଥିବାବେଳେ ମୌସୁମୀ ଆସିବାକୁ ପରିସ୍ଥିତି ସୁହାଉଛି ।
ତେଣୁ ଆସନ୍ତା ୨୯ କିମ୍ବା ୩୦ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବା ସମ୍ଭାବନା ରହିଛି । କେରଳ ଛୁଇଁଲା ପରେ କେବେ ଓଡ଼ିଶା ଛୁଇଁବ ତାହା ଆକଳନ କରିହେବ ବୋଲି ଓଟିଭିକୁ IMD ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/cloudy_1626933919.jpg)