Advertisment

୧୪ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା, ରୁହନ୍ତୁ ସତର୍କ...

ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Alert

Thunderstorm With Lightning To Occur In 14 Districts Of Odisha

ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ୧୪ ଜିଲ୍ଲା ଗୁଡ଼ିକ ହେଲା-କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ଗଜପତି

Advertisment

ଏହି ୧୪ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କାଳବୈଶାଖୀ ହୋଇପାରେ। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିଲାଗି ଏହିସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଆଣ୍ଡାମାନ ସାଗରର ମିଆଁମାର ଉପକୂଳରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇ ମିଆଁମାରଠାରୁ ୧୪୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନାହିଁ। ହେଲେ ଏହାଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମୌସୁମୀ ବାୟୁ ଆଣ୍ଡାମାନ ଉପକୂଳରୁ ଅଗ୍ରସର ହୋଇ ଦକ୍ଷିଣ ଆରବ ସାଗର ଓ ମାଳଦ୍ୱୀପରେ ପହଞ୍ଚିଛି। 

Advertisment
Lightning Warning Rain Alert Weather Alert
Advertisment
Advertisment