Advertisment

୫ ଜିଲ୍ଲାରେ ଝଡ଼ବର୍ଷା, ବଜ୍ରପାତ ଆଶଙ୍କା

ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ଆଜି ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କିଛିଦିନ ପୂର୍ବେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା।

ଅଦ୍ୟତନ ହୋଇଛି
Thunderstorm, lightning warning for Odisha

Thunderstorm, lightning warning for Odisha

Advertisment

ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ଆଜି ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ। ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କିଛିଦିନ ପୂର୍ବେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। ଫଳରେ ଲୋକମାନେ ତାତିରୁ ସାମାନ୍ୟ ତ୍ରାହି ପାଇଥିଲେ। 

Advertisment

ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ୩୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି। କେନ୍ଦୁଝରରେ ୩୯.୬ ଡିଗ୍ରୀ, ଝାରସୁଗୁଡାରେ ୩୯.୪ ଡିଗ୍ରୀ, ସମ୍ବଲପୁରରେ ୩୮ ଡିଗ୍ରୀ, ଭୁବନେଶ୍ୱରରେ ୩୮ ଡିଗ୍ରୀ, ହୀରାକୁଦରେ ୩୭.୪ ଡିଗ୍ରୀ, ବାଲେଶ୍ୱରରେ ୩୭ ଡିଗ୍ରୀ, ଚାନ୍ଦବାଲିରେ ୩୭ ଡିଗ୍ରୀ, ପୁରୀରେ ୩୧.୮ ଡିଗ୍ରୀ, ପାରାଦ୍ୱୀପରେ ୩୦.୮ ଡିଗ୍ରୀ, ଗୋପାଳପୁରରେ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। 

Thunderstorm Warning Weather Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ