Advertisment

ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ; ଘଣ୍ଟାପ୍ରତି ୩ କିମି ବେଗରେ ମାଡ଼ି ଆସୁଛି

ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

author-image
Sonali Ojha
ଅଦ୍ୟତନ ହୋଇଛି
Cyclone Dana expected to form over Bay of Bengal by Oct 23

Cyclone

ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି।

Advertisment

ବର୍ତ୍ତମାନ ପାରାଦୀପଠାରୁ ୬୭୦ କିଲୋମିଟର ଦକ୍ଷିଣପୂର୍ବ ଓ ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୨୦ କିଲୋମିଟ ଦକ୍ଷିଣ-ଦକ୍ଷିଣ ପୂର୍ବ ଦୂରରେ କେନ୍ଦ୍ରୀଭୂତ ରହିଛି ଡିପ୍ ଡିପ୍ରେସନ୍। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ବାତ୍ୟାର ରୂପ ନେବ। ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ।

ଅଧିକ ପଢ଼ନ୍ତୁ: ବାତ୍ୟା ମୁକାବିଲା ପ୍ରସ୍ତୁତି; ପଞ୍ଜାବରୁ ଆସିଲେ ମହିଳା NDRF ସଦସ୍ୟ

Advertisment

ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ତେବେ ଉତ୍ତର ଓଡ଼ିଶାରେ ବାତ୍ୟା ବେଶୀ କୋପ ଦେଖାଇବ। ୭ଟି ଜିଲ୍ଲାରେ ଆସନ୍ତାକାଲି ଏବଂ ପରଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି।

ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ। ପ୍ରଭାବିତ ହେବାକୁଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ ଆଉ ୫ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା ହୋଇଛି।

Cyclone Dana
Advertisment
Advertisment