/odishatv-khabar/media/post_attachments/uploadimage/library/16_9/16_9_0/s_1688360598.jpg)
Today Heavy Rain Alert To 7 Districts Of Odisha
ଆଷାଢ଼ ମାସରେ ଦୁର୍ବଳ ହୋଇଛି ମୌସୁମୀ। ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି। ଆଜିଠାରୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ବିଶେଷ ଭାବେ ଉତ୍ତର ଓ ଉପକୂଳ ଓଡ଼ିଶାର ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ବାକି ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
ସେହିପରି ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, କଟକ, ଜଗସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି।
Warning for Day-1 to Day-5 : pic.twitter.com/QJZMz35ieQ
— Meteorological Centre, Bhubaneswar (@mcbbsr) July 2, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)