/odishatv-khabar/media/post_attachments/uploadimage/library/16_9/16_9_0/s_1687401196.jpg)
Today Heavy Rain Alert To 8 Districts Of Odisha
ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି।
ଅନ୍ୟପକ୍ଷେ, ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ପରବର୍ତ୍ତୀ ସମୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷା ପରିମାଣ ବଢ଼ିପାରେ।
ସେପଟେ ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲା। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
Warning for Day-1 to Day-5: pic.twitter.com/K6k0CXsR9p
— Meteorological Centre, Bhubaneswar (@mcbbsr) June 21, 2023
ତେବେ ଏହି ୮ ଜିଲ୍ଲାକୁ ଛାଡ଼ି ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼କି ହେଲା- ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଝାରସୁଗୁଡ଼ା, ସୁନ୍ଦରଗଡ, ଦେବଗଡ଼ , ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)