Advertisment

ଖୁବ୍‌ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ ! ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।

ଅଦ୍ୟତନ ହୋଇଛି
Odisha Monsoon Update

Today Heavy Rain Alert To 8 Districts Of Odisha

Advertisment

ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି।

Advertisment

ଅନ୍ୟପକ୍ଷେ, ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ପରବର୍ତ୍ତୀ ସମୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷା ପରିମାଣ ବଢ଼ିପାରେ। 

ସେପଟେ ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ମୟୂରଭଂଜ କେନ୍ଦୁଝର ଜିଲ୍ଲା। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisment

ତେବେ ଏହି ୮ ଜିଲ୍ଲାକୁ ଛାଡ଼ି ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼କି ହେଲା- ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଝାରସୁଗୁଡ଼ା, ସୁନ୍ଦରଗଡ, ଦେବଗଡ଼ , ଯାଜପୁର,  ଭଦ୍ରକ ବାଲେଶ୍ୱର। ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment
Weather Update Monsoon
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ