Advertisment

ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୧୮ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert For Odisha

Today Heavy Rainfall Alert For 8 Districts Of Odisha

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରିଥିବା ବର୍ଷାର ପରିମାଣ ଆଜିଠୁ ହ୍ରାସ ପାଇବ। ଲଘୁଚାପ ବର୍ତ୍ତମାନ ଓଡ଼ିଶା ଠାରୁ ବହୁ ଦୂର ଅର୍ଥାତ୍‌ ଛତିଶଗଡ଼ ଅତିକ୍ରମ ମଧ୍ୟପ୍ରଦେଶରେ ପହଞ୍ଚିଛି।ଫଳରେ ଓଡ଼ିଶା ଉପରୁ ଏହାର ପ୍ରଭାବ କମିଛି। ଲଘୁଚାପ ଯୋଗୁ ମୌସୁମୀ ସକ୍ରିୟ ହେବା ଫଳରେ ୨ ଦିନ ଯାଏ କିଛି ଜିଲ୍ଲାରେ ବର୍ଷା ହୋଇପାରେ।  ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର କେନ୍ଦ୍ରାପଡ଼ା ରେ ପ୍ରବଳ ବର୍ଷା ହୋଇପାରେ।  ଏସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୁଧବାର ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଜାରି ରହିବା ସହ ବାକି ଅଞ୍ଚଳ ଗୁଡ଼ିକରେ ପାଗ ଶୁଖିଲା ରହିବ।  ତେବେ ଆସନ୍ତା ୧୮ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। 

ସେପ୍ଟେମ୍ବର ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଫଳରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଅନ୍ୟପକ୍ଷେ, ବର୍ତ୍ତମାନ ସୁଦ୍ଧା ଚଳିତ ମୌସୁମୀ ଋତୁରେ ୧୦୮୪.୩ ମି.ମି. ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୫% ଅଧିକ।

Advertisment

Rain In Odisha Heavy Rainfall Alert Heavy Rainfall Warning Weather In Odisha
Advertisment
Advertisment