Advertisment

ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ରାଜ୍ୟରେ ଆସନ୍ତା ୪ ଦିନ ଯାଏ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

heavy rainfall alert

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ଦିନ ଯାଏ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡିକ ହେଲା- ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। 

Advertisment

ଏହି ୧୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ SRC ଚିଠି ଲେଖିଛନ୍ତି। ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି। ୧୩ ଏବଂ ୧୪ ତାରିଖରେ ଏହା ସାମାନ୍ୟ କମିପାରେ। ଏହା ପରେ ପୁଣି ବର୍ଷା ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବର୍ଷା ନେଇ ପାଣିପାଗ ବିଭାଗ ବର୍ତ୍ତମାନ ୟେଲୋ ୱାର୍ଣ୍ଣିଂ ଜାରି କରୁଥିବା ବେଳେ ଭବିଷ୍ୟତରେ ରାଜ୍ୟରେ ବଡ଼ ମରୁଡ଼ି ଆଶଙ୍କା ମଧ୍ୟ କରାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୯ଟି  ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍‌ ବର୍ଷା ହୋଇଛି । ବିଶେଷ କରି ମୌସୁମୀ ସକ୍ରିୟ ହେବା ପରେ ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ହୁଏ। କିନ୍ତୁ ଚଳିତ ବର୍ଷ ୪ଟି ଲୋ’ ପ୍ରେସର ବର୍ତ୍ତମାନ ସୁଦ୍ଧା ଫର୍ମେସନ ହୋଇଥିଲେ ମଧ୍ୟ ଗୋଟିଏ ଲୋ’ ପ୍ରେସରର ପ୍ରଭାବ ଓଡିଶା ଉପରେ ରହିଥିଲା। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Advertisment

ସେପଟେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ସରକାର ସଜାଗ ଅଛନ୍ତି ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି। ଏବେ ବି ବର୍ଷା ହେବାର ସମୟ ଅଛି । ଜିଲ୍ଲାପାଳମାନେ ପ୍ରାକୃତିକ ବିପର୍ଯ୍ୟୟ କମିଟିକୁ ଦୈନିକ ବର୍ଷାର ରିପୋର୍ଟ ଦେଉଛନ୍ତି । ସରକାର ସବୁ ସମୟରେ ଚାଷୀଙ୍କ ସହ ଅଛନ୍ତି ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।

Odisha Rain In Odisha Heavy Rainfall Alert Heavy Rain
Advertisment
Advertisment