Advertisment

ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଉ ୨୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।

Rainfall Likely In Odisha From Today

Rainfall Likely In Odisha From Today

Advertisment

ଆଜି ଠାରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାନା ରହିଛି। ଅବପାତ ଆଜି ପୂର୍ବ ରାଜସ୍ଥାନ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ଥିବାବେଳେ, ଏହା ପଶ୍ଚିମ ଦିଗରେ ନିଜର ଗତି ପଥ ବଜାୟ ରଖିବା ସହ ଆସନ୍ତା ୧୨ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି l ଏହାର ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଉତ୍ତର ଉପକୁଳ ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଆଉ ୨୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ସେହିପରି ଉତ୍ତର ଓଡ଼ିଶାର ସମସ୍ତ ୧୫ ଜିଲ୍ଲା ଏବଂ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲା- ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। 

Advertisment

ଅନ୍ୟପକ୍ଷେ, ୨୦୨୨, ଜୁନ୍‌ ୧ରୁ ଅଗଷ୍ଟ ୨୨ ମଧ୍ୟରେ  ରାଜ୍ୟରେ ୯୪୧.୯ ମି.ମି. ବର୍ଷା ରେକର୍ଡ କରାଯାଇଛି। ଯାହାକି ଏହି ସମୟର ସ୍ୱାଭାବିକ ବର୍ଷା ୮୨୨.୯ ମି.ମି. ତୁଳନାରେ ୧୪% ଅଧିକ ରହିଛି। ଏହି ସମୟ ମଧ୍ୟରେ କନ୍ଧମାଳ(+୭୧%) ରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ଦେବଗଡ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, କୋରାପୁଟ, ରାୟଗଡ଼ା ଏବଂ ଗଜପତିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। 

Advertisment

Heavy Rainfall Alert Rain In Odisha Rainfall Alert In Odisha Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ