/odishatv-khabar/media/post_attachments/uploadimage/library/16_9/16_9_0/IMAGE_1663554679.jpg)
Heavy Rainfall Alert In Odisha
ଉତ୍ତର ବଙ୍ଗୋପସାଗର ଓ ଏହାର ତତ୍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଫଳରେ ଆସନ୍ତାକାଲି ସୁଦ୍ଧା ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ଝିପି ଝିପି ବର୍ଷା ବି ହେଉଛି। ଆଜି ଆହୁରି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି। ଏନେଇ ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।
ଡପ୍ଲର ରାଡାର ପାରାଦ୍ୱୀପ ରୁ ମିଳୁଥିବା ତଥ୍ୟ ଅନୁଯାୟୀ ଉପକୂଳ ଓଡ଼ିଶାରେ ଜାରିରହିଛି ଘୁର୍ଣ୍ଣିବଳୟ ର ପ୍ରଭାବ l
ଘୁର୍ଣ୍ଣିବଳୟ ପ୍ରଭାବରେ ଡପ୍ଲର ରାଡାର ରୁ ମିଳିଥିବା ମେଘଖଣ୍ଡ ଗୁଡିକର ଚଳନ୍ତି ଚିତ୍ର pic.twitter.com/wdPqEsY4m5
— Meteorological Centre, Bhubaneswar (@mcbbsr) September 19, 2022
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେପରି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଗାମୀ ୭୨ ଘଣ୍ଟା ଯାଏ ରାଜ୍ୟରେ କିଛି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଘନୀଭୂତ- ଘୁର୍ଣ୍ଣିବଳୟ!!!
ଆଜିଠୁ ବଢିବ ବର୍ଷାର ପ୍ରଭାବ!!!
୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା
ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି pic.twitter.com/yezTh2FAZq
— Meteorological Centre, Bhubaneswar (@mcbbsr) September 19, 2022
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)