Advertisment

ଆଜି ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବା ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert

Rainfall Alert

ଭୁବନେଶ୍ୱର: ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଶୀତ କମିଥିବା ବେଳେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଆଜି କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସକାଳ ୮ଟା ୩୦ ଯାଏ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ସହ  ଦୃଶ୍ୟମାନ ଦୂରତା ୨ ଶହ ମିଟରରୁ କମ୍‌ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ସେହିପରି ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ଏବଂ ନିମ୍ନ ଚାପରେଖା ପ୍ରଭାବରେ ଆଗାମୀ ୪ ଦିନ ଯାଏ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାରେ ବର୍ଷା ହୋଇପାରେ। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବା ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ୩୦ ତାରିଖ ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment
Rain In Odisha Rainfall Alert
Advertisment
Advertisment