/odishatv-khabar/media/post_attachments/uploadimage/library/16_9/16_9_0/s_1679194565.jpg)
Today Rainfall Likely In 15 Districts Of Odisha
ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼। କୁଆପଥର ମାଡ଼ ସହ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ବହିବାର ସମ୍ଭାବନା ରହିଛି।
ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଏବଂ କଟକ ସମେତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। କଟକରେ ୧୭ ନଂ ୱାର୍ଡରେ ବର୍ଷା, ପବନ ଯୋଗୁ ନଡ଼ିଆ ଗଛ ପଡି ଜଣେ ଦିବ୍ୟାଙ୍ଗଙ୍କ ଘର ଭାଙ୍ଗି ଯାଇଛି। ବାଲେଶ୍ୱର ଜିଲ୍ଲା ନୀଳଗିରି ଅଯୋଧ୍ୟା ପଞ୍ଚାୟତ ପ୍ରତାପପୁର ଗାଁରେ ଏକ ଭଙ୍ଗା ଘରେ ଆଶ୍ରୟ ନେଇଥିବା ୧୩ ଗୋରୁ ପ୍ରାଣ ହରାଇଛନ୍ତି। ଘର ଭିତରେ ୨୫ରୁ ଅଧିକ ଗୋରୁଗାଈ ଥିବାବେଳେ ୧୩ ଗୋରୁଙ୍କ ମୃତ୍ୟୁ ଘଟିଛି।
ସେହିପରି ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ଝଡତୋଫାନରେ କିଛି ଆଜବେଷ୍ଟସ ଘର ଛାଉଣୀ ଉଡ଼ିବା ସହ ୨ ଜଣ ମହିଳା ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)