Advertisment

ଆଜି ଓଡ଼ିଶାର ୭ ଜିଲ୍ଲାରେ ବର୍ଷା ସମ୍ଭାବନା

ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

author-image
Rajalaxmi Sahoo
Today Rainfall Likely In 7 Districts Of Odisha

Today Rainfall Likely In 7 Districts Of Odisha

ଗତକାଲି ରାତି ପ୍ରାୟ ସାଢ଼େ ୧ଟା ବେଳେ ତାମିଲନାଡୁର ମାମଲ୍ଲାପୁରମ୍ ନିକଟରେ ବାତ୍ୟା ‘ମାଣ୍ଡୋସ୍‌’ ସ୍ଥଳଭାଗ ଛୁଇଁଥିଲା। ପ୍ରାୟ ୧ ଘଣ୍ଟା ଧରି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିଥିଲା। ଲ୍ୟାଣ୍ଡଫଲ୍ ପରେ ଏହା ଗଭୀର ଅବପାତରେ ପରିଣତ ହୋଇଛି। ଆଗକୁ ଏହା ଆହୁରି ଦୁର୍ବଳ ହେବ।

Advertisment

ସେପଟେ ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତାକାଲିଠୁ ୧୩ ଡିସେମ୍ବର ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ଶୁଖିଲା ରହିବ। ଏଥିସହ ଆସନ୍ତା ଦୁଇରୁ ୩ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ବଢ଼ିପାରେ। ଫଳରେ ଶୀତ କମିବା ଆଶା କରାଯାଉଛି।

ଉତ୍ତରା ପବନ ପ୍ରଭାବରେ ରାଜ୍ୟରେ ଶୀତ ବଢ଼ିଥିଲା। ୧୦ ଡିଗ୍ରୀ ତଳେ ଥିଲା ରାଜ୍ୟର ୭ ସହରର ତାପମାତ୍ରା। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରେକର୍ଡ କରାଯାଇଥିଲା।  ଅନ୍ୟପକ୍ଷେ, ବାତ୍ୟା ‘ମାଣ୍ଡୋସ୍‌’ ପ୍ରଭାବରେ ତାମିଲନାଡୁରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନ ଜଳମଗ୍ନ ହୋଇଛି। ଏହାସହ ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Advertisment
Rain In Odisha Rainfall Alert
Advertisment
Advertisment