Today Very To Very Heavy Rainfall In 3 Districts Of Odisha
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ଜିଲ୍ଲା ଗୁଡିିକ ହେଲା- ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ , ଅନୁଗୁଳ ଓ ଦେବଗଡ଼। ଏହିସବୁ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବିସ୍ତୃତ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1690597921.jpg)