Advertisment

୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall Alert

ଭିଜୁଛି ଉପକୂଳ ଓଡ଼ିଶା। ଗତକାଲି ରାତିରୁ ଟ୍ୱିନ୍ ସିଟିରେ ଅବିଶ୍ରାନ୍ତ ବର୍ଷା। ଲଘୁଚାପ ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଏହାଦ୍ୱାରା ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣି ଜମିପାରେ। ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର

ସେହିପରି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସୋନପୁର ଭଳି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment
Rain In Odisha Heavy Rainfall Alert Weather In Odisha
Advertisment
Advertisment