ଭିଜୁଛି ଉପକୂଳ ଓଡ଼ିଶା। ଗତକାଲି ରାତିରୁ ଟ୍ୱିନ୍ ସିଟିରେ ଅବିଶ୍ରାନ୍ତ ବର୍ଷା। ଲଘୁଚାପ ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଏହାଦ୍ୱାରା ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣି ଜମିପାରେ। ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର।
ସେହିପରି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସୋନପୁର ଭଳି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।