Advertisment

ଆଜି ଏଇ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଗତକାଲି ଟ୍ୱିନ ସିଟିରେ ପ୍ରବଳ ବର୍ଷା ହୋଇଯାଇଛି। କାଲିର ବର୍ଷା ପ୍ରବଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଇଥିବାବେଳେ ଆଜି ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
ଆଜି ଏଇ ସବୁ  ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

heavy rain fall in bbsr

Advertisment

ଭୁବନେଶ୍ୱର: ଗତକାଲି ଟ୍ୱିନ ସିଟିରେ ପ୍ରବଳ ବର୍ଷା ହୋଇଯାଇଛି। କାଲିର  ବର୍ଷା ପ୍ରବଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଇଥିବାବେଳେ ଆଜି ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।  ତେବେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର  । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର, ଦେବଗଡ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisment

  ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।  ଏପଟେ ଗତକାଲି ମାତ୍ର କିଛି ସମୟ ବର୍ଷାରେ ଜଳାର୍ଣ୍ଣବ ହୋଇଥିଲା ରାଜଧାନୀ। ଗତକାଲି ଅପରାହ୍ଣରେ ମୁଷଳ ଧାରାରେ ବର୍ଷା ହୋଇଥିଲା।  ପରେ ସ୍ଥିତି ଏମିତି ହୋଇଥିଲା ଯେ ମାତ୍ର ଅଧଘଣ୍ଟାରେ ରାଜଧାନୀର ଅନେକ ଅଞ୍ଚଳ ବୁଡ଼ି ଯାଇଥିଲା। ଅନେକ  ପ୍ରମୁଖ ଅଞ୍ଚଳ କିଛି ସମୟ ପାଇଁ ଜଳବନ୍ଦୀ ହୋଇଯାଇଥିଲା।। ବିଶେଷକରି ଇସ୍କନ ମନ୍ଦିର ସାମ୍ନା ଜାତୀୟ ରାଜପଥ, ନୟାପଲ୍ଲୀ ବେହେରା ସାହି, ବମିଖାଲ, ଅଞ୍ଚଳରେ ଦୟନୀୟ ସ୍ଥିତି ଉପୁଜିଥିଲା  

 ଜାତୀୟ ରାଜପଥରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିବାରୁ ରାସ୍ତାରେ ଯାଆସ ଠପ୍ ହୋଇଯାଇଥିଲା । ପାଣି ସୁଅରେ ବୁଡ଼ି ଯାଇଥିଲା ବହୁ କାର ଓ ବାଇକ୍ । ତଳିଆ ଅଞ୍ଚଳରେ କେଉଁଠି କେଉଁଠି ଅଣ୍ଟାଏ ଉଚ୍ଚର ପାଣି ମଧ୍ୟ ଛିଡ଼ା ହୋଇ ରହିଥିଲା ।

Advertisment

 ପାଣିପାଗ ବିଭାଗ ପୂର୍ବାନୁମାନ ପରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ,ଢ଼େଙ୍କାନାଳ, ବାଲେଶ୍ୱର, ଗଜପତି, ଗଞ୍ଜାମ ଏବଂ କଳାହାଣ୍ଡି ଜିଲ୍ଲାରେ ବର୍ଷା ସତର୍କ ସୂଚନା ଜାରି କରାଯାଇଛି । IMD ସୂଚନା ଅନୁଯାୟୀ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।  ଫଳରେ୨୨ରୁ ୨୫ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ, ଓଡ଼ିଶା ଓ ଝାଡଖଣ୍ଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।   

Odisha Weather Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ