Advertisment

୨ ସପ୍ତାହରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

author-image
Rajalaxmi Sahoo
Two low pressure areas in two weeks !

Two low pressure areas in two weeks !

ଆସୁଛି ଆଉ ୨ଟି ଲଘୁଚାପ ! ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଆସନ୍ତା ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ସେହିପରି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ୨ୟ ଲଘୁଚାପ ସୃଷ୍ଟି ହୋଇପାରେ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Advertisment

ଅନ୍ୟପକ୍ଷେ, ଓଡ଼ିଶାରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିପାରେ। ୩ ତାରିଖରେ ୧୦ଟି ଜିଲ୍ଲା ଓ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗଳ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ। 

Advertisment

ସେପଟେ ରାଜ୍ୟରେ ଏବେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି। ଏହାର ପ୍ରଭାବରେ ଉଚ୍ଚ ତାପମାତ୍ରା ଏବଂ ଆଦ୍ରତା ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଜାରି ରହିଛି।

Heavy Rainfall Alert Low Pressure Alert Weather In Odisha Rain In Odisha Low Pressure Area
Advertisment
Advertisment