• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆସୁଛି ଆଉ ୨ଟି ଲଘୁଚାପ ! ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଆସନ୍ତା ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ସେହିପରି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ୨ୟ ଲଘୁଚାପ ସୃଷ୍ଟି ହୋଇପାରେ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ, ଓଡ଼ିଶାରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିପାରେ। ୩ ତାରିଖରେ ୧୦ଟି ଜିଲ୍ଲା ଓ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗଳ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ। 

ସେପଟେ ରାଜ୍ୟରେ ଏବେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି। ଏହାର ପ୍ରଭାବରେ ଉଚ୍ଚ ତାପମାତ୍ରା ଏବଂ ଆଦ୍ରତା ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଜାରି ରହିଛି।