/odishatv-khabar/media/post_attachments/uploadimage/library/16_9/16_9_0/IMAGE_1695966863.jpg)
Twin low pressure areas
ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ରାଜ୍ୟରେ ପ୍ରବଳରୁ ପ୍ରତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଲଘୁଚାପ କ୍ରମେ ଘନୀଭୂତ ହେବା ସହ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Advertisment
ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)