ଆସୁଛି ବଡ଼ ବର୍ଷା ! ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସୁଛି ବଡ଼ ବର୍ଷା !

ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ରାଜ୍ୟରେ ପ୍ରବଳରୁ ପ୍ରତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଲଘୁଚାପ କ୍ରମେ ଘନୀଭୂତ ହେବା ସହ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ